ଓଡିଆ ପକ୍ଷପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ

Apr 14, 2026 - 06:59
0 18
ଓଡିଆ ପକ୍ଷପାଳନ ଅବସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ

ଭବାନୀପାଟଣା : ତା. ୧୩.୦୪.(ଷ୍ଟାର ନିୟୁଜ ଓଡିଶା )– ଓଡିଆ ପକ୍ଷ ୨୦୨୬ ପାଳନ ଅବସରରେ ଆଜି କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥିଭାବେ ମାନନୀୟା ସାଂସଦ କଳାହାଣ୍ଡି ମାଳବିକା ଦେବୀ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରି ଓଡିଆ ପକ୍ଷ ପାଳନ ଓ ଆମ ରୁଚି ଆମ ଖାଦ୍ୟ, ଓଡିଶାର  ପରମ୍ପରା ସମ୍ପର୍କରେ ଆଲୋକପାତ କରିଥିଲେ  । ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାଂଶୁ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ, ଭା.ଜ.ପା. ଜିଲ୍ଲା ସଭାପତି ଯୁଗଳ କିଶୋର ପୋଢ, ବ୍ଲକ ଉନ୍ନୟନ ଅଧିକାରୀ ଚନ୍ଦନ କୁମାର ଭୋଇ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛାତ୍ରିଆ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ଭା.ଜ.ପା. ଜିଲ୍ଲା ସମ୍ପାଦକ ଜୟ ଶଙ୍କର ନାଏକ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ମିଶନ ଶକ୍ତି ର କର୍ମକର୍ତ୍ତା/ସଭ୍ୟା, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଓଡିଆ ଘରର ପାରମ୍ପରିକ ପିଠାପଣା ପ୍ରଦର୍ଶନୀ ଏବଂ ସମସ୍ତଙ୍କ ପାଇଁ ସ୍ୱତନ୍ତ୍ର ଦହି, ପଖାଳ, ବଡି, ଶାଗ ଇତ୍ୟାଦି ଖାଇବାର ବ୍ୟବସ୍ଥା ଜିଲ୍ଲା ସଂସ୍କୃତି ଅଧିକାରୀ, ସ୍ଥାନୀୟ ବି.ଡି.ଓ. ଏବଂ ସମାଜ କଲ୍ୟାଣ ଅଧିକାରୀଙ୍କ ତତ୍ୱାବଦାନରେ ସମସ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବରିଷ୍ଠ ଶିକ୍ଷକ ବିରଞ୍ଚି ନାରାୟଣ ମୁଣ୍ଡ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ।

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User