ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ ।

Jan 06, 2026 - 21:42
0 27
ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ ।

ଭବାନୀପାଟଣା : ତା. ୦୬.୦୧.( ଷ୍ଟାର ନିୟୁଜ ଓଡିଶା )କଳାହାଣ୍ଡି ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ଜିଲ୍ଲା ସଦର ମହାକୁମା ଭବାନୀପାଟଣା ଠାରେ ପାଳନ ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲାପାଳ ସମସ୍ତଙ୍କୁ ସ୍ୱାଗତ ଜଣେଇ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ନିମନ୍ତେ ସମସ୍ତଙ୍କର ସାହାର୍ଯ୍ୟ ଓ ସହଯୋଗ କାମନା କରିଥିଲେ । ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲ୍ଲାସ୍ତରୀୟ ଜାତୀୟ ଦିବସ କାର୍ଯ୍ୟକ୍ରମରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ନିଜର ନ୍ୟସ୍ତ ଦାୟୀତ୍ଵ ସୂଚାରୁ ରୂପେ ତୁଳେଇବା ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ପାଳନ ଅବସରରେ ତା. ୨୬.୦୧.୨୦୨୬ ପ୍ରାତଃ ୫:୦୦ ଘଟିକା ସମୟରେ ସହରରେ ଡାକବାଜି ଜନ୍ତ୍ର ଯୋଗେ ରାମଧୁନ ପରିବେଷଣ, ସକାଳ ୭:୦୦ ଘଟିକା ସମୟରେ ସହର ସ୍ଥିତ ମହାପୁରୁଷଙ୍କ ପ୍ରତିମୁରତିରେ ମାଲ୍ୟାର୍ପଣ, ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ସକାଳ ୭:୩୦ ସମୟରେ ଜାତୀୟ ପତାକା ଉତ୍ତୋଳନ ଓ ଆଲୋକସଜ୍ଜା, ଦିବସର ମୁଖ୍ୟ ଅତିଥିଙ୍କ ଦ୍ଵାରା ୨୬.୦୧.୨୦୨୬ ସକାଳ ୮:୩୦ ମିନିଟ ରେ ସ୍ଥାନୀୟ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରେ ଆନୁଷ୍ଠାନିକ ଜାତୀୟ ପତାକା ଉତ୍ତୋଳନ, ଅଭିବାଦନ ଗ୍ରହଣ ଓ ମିଳିତ ପ୍ୟାରେଡ ଅନୁଷ୍ଠିତ ହେବ । ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା, ବିଭିନ୍ନ ଅନୁଷ୍ଠାନମାନଙ୍କ ଦ୍ୱାରା ଫଳ ଓ ମିଷ୍ଠାନ୍ନ ବଣ୍ଟନ,ଝୋଟି ବେବି ସୋ, ପ୍ରତିଯୋଗିତା, ବାଲୁଙ୍କେଶ୍ଵର ମନ୍ଦିର କମିଟି, ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘ ଆନୁକୂଲ୍ୟରେ ନୂତନ ବ୍ଲଡ ବ୍ଯାଙ୍କ ରେ ରକ୍ତଦାନ ଶିବିର, ଜିଲ୍ଲା କ୍ରୀଡା ବିଭାଗ ତରଫରୁ ପ୍ରଦର୍ଶନୀ କ୍ରିକେଟ ମ୍ୟାଚ ଏବଂ ସନ୍ଧ୍ୟାରେ ଟାଉନ ହଲ ଠାରେ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତନ୍ମୟ କୁମାର ଦରୱାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ନିହାରେନ୍ଦ୍ର ପଣ୍ଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ରେଜିଷ୍ଟାର ମାଁ ମଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଜୟଦେବ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଲଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା କ୍ରିଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ,ଆର ଆଇ ଅଫ୍ ପୋଲିସ ସୁରେଶ୍ ବଳିୟାରସିଂ,ନିର୍ବାହୀ ଅଧିକାରୀ ପୌରପାଳିକା ଭବାନୀପାଟଣା ପ୍ରମୋଦ କୁମାର ପାଢୀ ଙ୍କ ସମେତ ବିଭିନ୍ନ ବିଭାଗୀୟ ପଦାଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User