ପ୍ରଧାନ ଶିକ୍ଷକ ହୃଷିକେଶ ମେହେରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

Jun 3, 2026 - 10:33
 0  4
ପ୍ରଧାନ ଶିକ୍ଷକ ହୃଷିକେଶ ମେହେରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଜୁନାଗଡ଼, ତା. ୩ ଜୁନ (ଷ୍ଟାର ନ୍ୟୁଜ ଓଡ଼ିଶା):
କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦୀର୍ଘ ଶିକ୍ଷକତା ଜୀବନ ସମାପ୍ତ କରି ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ହୃଷିକେଶ ମେହେରଙ୍କୁ ଏକ ଭାବପ୍ରବଣ ପରିବେଶରେ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।
ନବାଗତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗମୋହନ ବାଗଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସମାରୋହରେ ପ୍ରକଳ୍ପ ପ୍ରଶାସକ ପ୍ରଦ୍ୟୁମ୍ନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଜାନକୀ ବଲ୍ଲଭ ସାମନ୍ତରାୟ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ମୋହିତ କୁମାର ଭୋଇ, ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ସଂଘର ସଭାପତି ତଥା ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବେଦବ୍ୟାସ ପ୍ରଧାନ, ଅଧମୁଣ୍ଡା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶତ୍ରୁଜିତ ପତି, ବାଣୀପଙ୍ଗା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ ମାଝୀ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃପାସିନ୍ଧୁ ହରିଜନ, ସ୍ଥାନୀୟ ସରପଞ୍ଚ ସୟମ୍ବର କନ୍ଧପାନ ଓ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ରଞ୍ଜନ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ଅତିଥିମାନେ ନିଜ ବକ୍ତବ୍ୟରେ ହୃଷିକେଶ ମେହେରଙ୍କ ଦୀର୍ଘ ଶିକ୍ଷାଦାନ ଜୀବନ, ନିଷ୍ଠା, କର୍ତ୍ତବ୍ୟପରାୟଣତା ଓ ଛାତ୍ରଛାତ୍ରୀଙ୍କ ପ୍ରତି ତାଙ୍କ ଅବଦାନକୁ ଭୂୟସୀ ପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ତାଙ୍କର ଅବଦାନ ଆଗାମୀ ପିଢ଼ି ପାଇଁ ପ୍ରେରଣାଦାୟକ ହୋଇ ରହିବ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ।
ସମାରୋହରେ ବିଦାୟୀ ପ୍ରଧାନ ଶିକ୍ଷକ ହୃଷିକେଶ ମେହେରଙ୍କୁ ମାନପତ୍ର, ଫୁଲତୋଡ଼ା, ଉପଢୌକନ ସହ ବିଭିନ୍ନ ସ୍ମାରକୀ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ବିଦାୟ ଅଭିଭାଷଣରେ ଶ୍ରୀ ମେହେର ନିଜ କର୍ମଜୀବନର ଅନୁଭୂତି ବାଣ୍ଟିବା ସହ ସହକର୍ମୀ, ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ।
ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ମେହେର ସମଗ୍ର କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ସୁଶିଳ କୁମାର ନାଗ ମାନପତ୍ର ପାଠ କରିଥିଲେ।
ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ, କର୍ମଚାରୀ, ପୂର୍ବତନ ଛାତ୍ରଛାତ୍ରୀ ଏବଂ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆହୁରି ଗରିମାମୟ କରିଥିଲେ। ଶେଷରେ ସମସ୍ତେ ହୃଷିକେଶ ମେହେରଙ୍କ ସୁସ୍ଥ, ସୁଖମୟ ଓ ଦୀର୍ଘାୟୁ ଜୀବନ କାମନା କରିଥିଲେ।
କଳାହାଣ୍ଡି ଜିଲ୍ଲାରୁ ବିଷ୍ନୁଚରଣ ଙ୍କ ରିପୋର୍ଟ ଷ୍ଟାର ନ୍ୟୁଜ ଓଡ଼ିଶା

What's Your Reaction?

like

dislike

love

funny

angry

sad

wow

SUJAYA EDITOR