ଫରେଷ୍ଟରଙ୍କୁ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ

Jul 23, 2026 - 20:53
0 35
ଫରେଷ୍ଟରଙ୍କୁ ଧକ୍କା ଦେଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ

ଜୁନାଗଡ଼: ୨୩l ୭( ଷ୍ଟାରନିୟୁଜ ଓଡିଶା )କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ମହିଳା ଫରେଷ୍ଟରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଝୁନୁବାଳା ସାହୁ। ସେ ଧର୍ମଗଡ଼ ବନାଞ୍ଚଳରେ ଫରେଷ୍ଟର ଭାବେ କାର୍ଯ୍ୟରତ ଥିଲେ। ସୂଚନା ଅନୁଯାୟୀ, ଗୁରୁବାର ଅପରାହ୍ନରେ କାର୍ଯ୍ୟ ସାରି ଧର୍ମଗଡ଼ରୁ ସ୍କୁଟି ଯୋଗେ ଭବାନୀପାଟଣାସ୍ଥିତ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କ ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଝୁନୁବାଳା ସାହୁ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଜୁନାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଛି। ଏହି ଘଟଣାକୁ ନେଇ ପୋଲିସ ଏକ ମାମଲା ରୁଜୁ କରି ଦୁର୍ଘଟଣାର ପ୍ରକୃତ କାରଣ ଓ ଟ୍ରକ ଚାଳକଙ୍କ ବିରୋଧରେ ଅଧିକ ତଦନ୍ତ ଜାରି ରଖିଛି। ଏହି ଦୁର୍ଘଟଣା ପରେ ବନ ବିଭାଗ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User