ରାଇଘରଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

Nov 17, 2025 - 17:28
0 13
ରାଇଘରଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ରାଇଘର ,୧୭l୧୧(ଷ୍ଟାର ନିୟୁଜ ଓଡିଶା):ଆଜି ରାଇଘର ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ବ୍ଲକ ଅଧ୍ୟକ୍ଷ ଗୁପ୍ତ ପ୍ରସାଦ ଝଙ୍କର,ଏସ ଡି ପି ଓ ଉମରକୋଟ ଶୁଭେନ୍ଦୁ ଶବର, ବି ଡି ଓ ,ରାଇଘର ରିତୁ ସିଂ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟଙ୍ଗ ମାନଙ୍କୁ ୮ ଟି ହୁଇଲ ଚେୟାର ଏବଂ ୩ ଟି ଟ୍ରାଇସାଇକଲ ପ୍ରଦାନ କରାଯାଇଥିଲା।

ନବରଙ୍ଗପୁରରୁ ସ୍ୱତନ୍ତ୍ର ପ୍ରତିନିଧି ସବ୍ୟସାଚୀ ଭରତିଆଙ୍କ ରିପୋର୍ଟ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User