ଗୋଇପିଟା ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ସଙ୍କଟ, ଝରଣା ଓ ନାଳ ପାଣି ପିଇବାକୁ ବାଧ୍ୟ ଗ୍ରାମବାସୀ

Jul 04, 2026 - 12:36
0 6
ଗୋଇପିଟା ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ସଙ୍କଟ, ଝରଣା ଓ ନାଳ ପାଣି ପିଇବାକୁ ବାଧ୍ୟ ଗ୍ରାମବାସୀ

କଳାହାଣ୍ଡି ଜିଲ୍ଲା  ୪l ୭( ଷ୍ଟାର ନିୟୁଜ ଓଡିଶା )ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଲାଞ୍ଜି ପଞ୍ଚାୟତର ଗୋଇପିଟା ଗ୍ରାମରେ ଦେଖାଦେଇଛି ଉତ୍କଟ ପାନୀୟ ଜଳ ସଙ୍କଟ। ଗ୍ରାମର ପ୍ରାୟ ୩୫ରୁ ଅଧିକ ପରିବାରର ୨୦୦ରୁ ଅଧିକ ଲୋକ ବିଶୁଦ୍ଧ ପାନୀୟ ଜଳରୁ ବଞ୍ଚିତ ହୋଇ ଝରଣା ଓ ନାଳର ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଗ୍ରାମରେ ଥିବା ନଳକୂପରୁ କାଦୁଅ ମିଶ୍ରିତ ପାଣି ବାହାରୁଥିବାରୁ ତାହା ବ୍ୟବହାର ଯୋଗ୍ୟ ନୁହେଁ ବୋଲି ଗ୍ରାମବାସୀ କହିଛନ୍ତି।

ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଗ୍ରାମରେ ଏକ ଓଭରହେଡ୍ ପାଣି ଟାଙ୍କି ନିର୍ମାଣ ସହ ପ୍ରତ୍ୟେକ ଘରକୁ ପାଇପ ସଂଯୋଗ କରାଯାଇଥିଲେ ମଧ୍ୟ, ବର୍ଷେରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ଜଳ ଯୋଗାଣ ଆରମ୍ଭ ହୋଇନାହିଁ। ଏନେଇ ଗ୍ରାମବାସୀ ବିଭାଗୀୟ ଅଧିକାରୀ ଓ ବିଡିଓଙ୍କୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନଥିବା ଅଭିଯୋଗ ହୋଇଛି। ତେଣୁ ତୁରନ୍ତ ଗୋଇପିଟା ଗ୍ରାମକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User