ଝରିଗାଁ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।

Dec 01, 2025 - 19:56
0 47
ଝରିଗାଁ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।

ଝରିଗାଁ,୧l୧୨(ଷ୍ଟାର ନିୟୁଜ ଓଡିଶା ):ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ନୋଡାଲ ପଂଚୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଉଦଘାଟନୀ ଉତ୍ସବରେ ଝରିଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମଧୁସୂଦନ ମାଝୀ,ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ,ଏବିଇଓ ଦଶରଥ ଗଣ୍ଡ,ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ରୋହିନୀ ତପସ୍ପିନ ହଜାରୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ବିଜ୍ଞାନ ମେଳାକୁ ଉଦଘାଟନ କରି ସମସ୍ତ ପ୍ରକଳ୍ପ ଗୁଡିକୁ ଦେଖିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥଲେ।ସେହିପରି ଚଳିତ ବର୍ଷ ବିଜ୍ଞାନ ମେଳାରେ ଝରିଗାଁ ବ୍ଳକର ୮୮ଟି ବିଦ୍ୟାଳୟରୁ ୧୧୫ ଗୋଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପଦର୍ଶନ ହୋଇଥିଲା।ସେହିପରି ୧୯୨ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ।ଉଦଯାପନୀ ଉତ୍ସବରେ ଅତିରିକ୍ତ ଶିକ୍ଷା ଅଧିକାରୀ ଦଶରଥ ଗଣ୍ଡଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ସାଂସଦ ପ୍ରତିନିଧି ଚନ୍ଦ୍ର ଭାନୁ ନାୟକ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଝରିଗାଁ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ, ଜିଲ୍ଳା ପରିଷଦ ସଭ୍ୟା ଯମୁନା ଗଣ୍ଡ,ପ୍ରମିଳା ପୂଜାରୀ ପ୍ରମୁଖ ଯୋଗ ଦେଇ କୃତି ଛାତ୍ରଛାତ୍ରୀ ମାନକୁ ମାନପତ୍ର ଏବଂ ଟ୍ରଫି ପ୍ରଦାନ କରିଥିଲେ।ସେହିପରି ବିଚାରକ ଭାବେ କଲେଗାଁ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ବିଶ୍ଵନାଥ ସାହୁ ଏବଂ କୁସୁମୀ ଉଚ୍ଚ ବିଦ୍ୟାଳୟର ଲଷ୍ମୀକାନ୍ତ ମାଝୀ ବିଚାରକ ଭାବେ ଦାଇତ୍ୱ ତୁଲାଇ ଥିଲେ।ନବରଙ୍ଗପୁର ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ପାଇଁ ୭ ଟି ପ୍ରକଳ୍ପ ମନୋନୀତ ହୋଇଥିଲା।ଶେଷରେ ସିଆରସିସି କ୍ଷେମା ହରିଜନ ଧନ୍ୟବାଦ ଦେଇଥିଲେ।ଏହି କାର୍ଯ୍ୟକ୍ରମକୁ ସମସ୍ତ ସିଆରସିସି ଏବଂ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

ନବରଙ୍ଗପୁରରୁ ସ୍ୱତନ୍ତ୍ର ପ୍ରତିନିଧି ସବ୍ୟସାଚୀ ଭରତିଆଙ୍କ ରିପୋର୍ଟ |

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User