ନୂଆଦିଲ୍ଲୀ ରୁ ଭୁବନେଶ୍ୱର ଫେରିଲେ ମନମୋହନ ସାମଲ

Jul 26, 2025 - 22:39
0 21
ନୂଆଦିଲ୍ଲୀ ରୁ ଭୁବନେଶ୍ୱର ଫେରିଲେ ମନମୋହନ  ସାମଲ

ଭୁବନେଶ୍ୱର: ତା.୨୬/୭(ଷ୍ଟାରନିୟୁଜ ଓଡିଶା )ନୂଆଦିଲ୍ଲୀରୁ ଭୁବନେଶ୍ୱର ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଶ୍ରୀ ସାମଲ କହିଛନ୍ତି, ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ। ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ। ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ। ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ। ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀ ସାମଲ। ସେ କହିଛନ୍ତି, ବିରୋଧୀଙ୍କ ଅଧିକାର ରହିଛି ଅନାସ୍ଥା ପ୍ରସ୍ତାବ ଆଣିବାର। କଂଗ୍ରେସ ଆଣିବାକୁ ଚାହିଁଲେ ଆଣିବ ଓ ବିଜେଡି ସମର୍ଥନ ଜଣାଇଲେ ଜଣାଇବା। ଆସିଲେ ଆମେ ସାମ୍ନା କରିବୁ, ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ। ସେ କହିଛନ୍ତି, ରାଷ୍ଟ୍ରପତିଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତକାର କରିଛୁ । ସାମ୍ବିଧାନିକ ପଦ୍ଧତିରେ ରାଜ୍ୟ ବିଜେପିରେ ନୂଆ କମିଟି ହେବ । କମିଟି ଗଠନ ପରେ ନୂଆ ଭିଜନ ପ୍ରସ୍ତୁତ ହେବ । ସେହି କମିଟିରେ ପୁରୁଣା ନୂଆ ସମସ୍ତେ ରହିବେ। ରାଜ୍ୟ ବିଜେପିରେ ଆସିବେ ୨୫ ପ୍ରତିଶତ ନୂଆ ମୁହଁ। ଆଜି ଓ କାଲି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବୈଠକ ରହିଛି। ପ୍ରଭାରୀଙ୍କ ନେତୃତ୍ୱରେ ନିରନ୍ତର ବୈଠକ ହେବ ବିଭିନ୍ନ ବିଷୟକୁ ନେଇ ହେବ ଆଲୋଚନା । ଖୁବ ଶୀଘ୍ର ନିଗମ ପଦବୀ ଗୁଡିକ ପୂରଣ କରାଯିବ ବୋଲି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ସଭାପତି । ମହିଳା ନିର୍ଯାତନା ବିଷୟ ଯାହା ସାମ୍ନାକୁ ଆସିଛି ତାର ସମୀକ୍ଷା କରୁଛୁ। ପ୍ରତିକାର ଓ ଦୃଢ଼ ପଦକ୍ଷେପ ନେଇ ବ୍ୟବସ୍ଥା କରାଯିବ । ଏହା ସହ ବଳଙ୍ଗା ପୀଡ଼ିତାଙ୍କ ପରିବାର ସହ ଭେଟି ନାବାଳିକାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବୁଝିଥିବା ନେଇ କହିଛନ୍ତି ରାଜ୍ୟ ସଭାପତି । ଏମ୍ସରେ ଡାକ୍ତରମାନଙ୍କ ସହ ଆଲୋଚନା କରିବା ସାଙ୍ଗକୁ ଉନ୍ନତରୁ ଉନ୍ନତତ୍ତର ଚିକିତ୍ସା ପାଇଁ କଥା ହୋଇଥିବା ସେ କହିଛନ୍ତି ସେ। ଡାକ୍ତରମାନେ ନିରନ୍ତର ସେବା କାର୍ଯ୍ୟ ରେ ଲାଗିଛନ୍ତି ।
ଭୁବନେଶ୍ୱର ରୁ ବିୟୁରୋ ରିପୋର୍ଟ ଷ୍ଟାର ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Wow Wow 0
Sad Sad 0
Angry Angry 0

Comments (0)

User