ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୧୪ ଟି ଅଭିଯୋଗର ଶୁଣାଣି ।
ଡାବୁଗାଁ,୨୪l୧୧(ଷ୍ଟାର ନିୟୁଜ ଓଡିଶା ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ମିସନଶକ୍ତି ସଭାଗୃହରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ନବରଙ୍ଗପୁର ଜିଲ୍ଲାପାଳ ମହେଶ୍ଵର ସ୍ଵାଇଁ ଙ୍କ ଦ୍ଵାରା 14ଟି ଅଭିଯୋଗ ର ଶୁଣାଣି କରି ତାର ସମାଧାନ ନିମନ୍ତେ ଜିଲ୍ଲାର ଯେଉଁ ବିଭାଗର ଅଭିଯୋଗ ସେହି ବିଭାଗର ଅଧିକାରୀ ମାନଙ୍କୁ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । 14 ଟି ଅଭିଯୋଗ ମଧ୍ୟରୁ 8 ଟି ଅଭିଯୋଗ ବ୍ୟକ୍ତିଗତ ଓ 6 ଟି ଅଭିଯୋଗ ଗୋଷ୍ଠୀଗତ ହୋଇ ଥିବା ବେଳେ ଡାବୁଗାଁ ବ୍ଲକ ଅଧୀନ ନନ୍ଦପୁରା ପଞ୍ଚାୟତର ନନ୍ଦପୁରା ଠାରୁ ମଣ୍ଡିଆଗୁଡା ଗ୍ରାମ ମଧ୍ୟରେ ଥିବା ସିଙ୍ଗାରୀ ନଦୀରେ ପୋଲ ନିର୍ମାଣ କରିବା, ଡାବୁଗାଁ ପଞ୍ଚାୟତ ଅଧୀନ ଚିକିଲି ଗ୍ରାମରେ ମୋବାଇଲ ନେଟୱାର୍କ ଯୋଗାଇଦେବା, ମେଦନା ପଞ୍ଚାୟତ ସଦର ମହକୁମା ସ୍ଥିତ ମୁଖ୍ୟ ରାସ୍ତାରେ ବିଦ୍ୟୁତ ଖୁଣ୍ଟ ସ୍ଥାନାନ୍ତର କରିବା, ଡାବୁଗାଁ ବ୍ଲକରେ କୃଷକ ମହାସଂଘର ଏକ ସଭାଗୃହ ନିର୍ମାଣ କରିବା,ଡ଼ଙ୍ଗରିଗୁଡା ପଞ୍ଚାୟତ ଅଧୀନ ବୋରିପଦର ଗ୍ରାମର ସାହି ମଧ୍ୟରେ କଲଭର୍ଟ ଓ ରାସ୍ତା ନିର୍ମାଣ କରିବା, ଡାବୁଗାଁ ତାରିଣୀ ମନ୍ଦିର ଛକ ଠାରୁ ହୋମିଓପାଥି ଚିକିତ୍ସାଳୟ ପର୍ଯ୍ୟନ୍ତ ଡ୍ରେନ୍ ନିର୍ମାଣ ଆଦି ଅଭିଯୋଗ ହୋଇଥିଲା | ଶେଷରେ 2 ଜଣ ହିତାଧିକାରୀଙ୍କୁ ହୁଇଲ ଚେୟାର ଓ 5 ଜଣ ହିତାଧିକାରୀଙ୍କୁ ନୂତନ ଭତ୍ତା ପ୍ରଦାନ କରାଯାଇଥିଲା | ଏଥିରେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ନବରଙ୍ଗପୁର ଆରକ୍ଷୀ ଅଧିକ୍ଷକ ମଦକର ସନ୍ଦୀପ ସମ୍ପତ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲାପାଳ ପ୍ରକାଶ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷକୁମାର ପଣ୍ଡା, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାଜୀବ କୁମାର ସାହୁ, ଜିଲ୍ଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ, ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ଦ୍ରୌପଦୀ କହଁର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅତିରିକ୍ତ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଦିଲ୍ଲୀପ କୁମାର କବିରାଜ, ଭାରପ୍ରାପ୍ତ ଜିଲ୍ଲା ପଞ୍ଚାୟତ ଅଧିକାରୀ ପଦ୍ମନାଭ ତ୍ରିପାଠୀ, ସିଡିପିଓ ମିନତୀ ଦାଶ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଡାବୁଗାଁ ବିଡିଓ ଶରତ ମାଝି, ସିଡିପିଓ ମିନତୀ ଦାଶ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ, ବ୍ଲକ କୃଷି ଅଧିକାରୀ ସୁଦେଷ୍ଣା ଧଳ, ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ, ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମଚନ୍ଦ୍ର ଭତ୍ରା, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ପବିତ୍ର କୁମାର ସାହୁ, ସହକାରୀ ଉଦ୍ୟାନ ଅଧିକାରୀ ରବି ଶଙ୍କର ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଯୋଗାଣ ନିରୀକ୍ଷକ ସିପ୍ରା ସାମଲ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ | ଅପରାହ୍ନରେ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା |
ନବରଙ୍ଗପୁରରୁ ସ୍ୱତନ୍ତ୍ର ପ୍ରତିନିଧି ସବ୍ୟସାଚୀ ଭରତିଆଙ୍କ ରିପୋର୍ଟ |
What's Your Reaction?