ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଭଟାଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସମସ୍ତ ବୁଦ୍ଧିଜୀବୀ ଓ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦାନ

Jul 27, 2025 - 20:51
 0  10
ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ଭଟାଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସମସ୍ତ ବୁଦ୍ଧିଜୀବୀ ଓ ପିଲାଙ୍କ ଗହଣରେ  ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଯୋଗଦାନ

ରାଜ୍ୟସଭା ସାଂସଦ ମାନନୀୟ ଶ୍ରୀଯୁକ୍ତ ସୁଜିତ କୁମାର କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ଭଟାଙ୍ଗପଦର ହାଇସ୍କୁଲ ପଡିଆ ପରିସରରେ ପିଲାଙ୍କ ସହ ଏହି କାର୍ଯ୍ୟକ୍ରମ ଶୁଣିବା ସହ ପିଲାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ପ୍ରେରଣାଦାୟୀ ଦିଗ ସମ୍ପର୍କରେ ବୁଝାଇଥିଲେ। ଏଥି ସହିତ ପିଲାମାନଙ୍କୁ ଭଲ ପାଠ ପଢି, କଠିନ ପରିଶ୍ରମ କରି ସଫଳତାର ସହିତ ବଡ଼ ମଣିଷ ହେବା ପାଇଁ ଉପଦେଶ ଦେଇଥିଲେ। ଏହି ଅବସରରେ ସାଂସଦ ସୁଜିତ କୁମାର ପରିସରରେ ବୃକ୍ଷ  ରୋପଣ କରିଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ, ସାଂସଦ ଶ୍ରୀ କୁମାର ଭଟାଙ୍ଗପଦର ଗ୍ରାମ ପଂଚାୟତ କୁ ପୋଷ୍ୟ ପଂଚାୟତ ଭାବେ ଗ୍ରହଣ କରିଛନ୍ତି। ଆଜି ୧୨୪ ତମ ଅଧ୍ୟାୟରେ ଦେଶର ବିଭିନ୍ନ ପ୍ରାନ୍ତର ଜନ ସମୂହଙ୍କ ପ୍ରେରଣାଦାୟୀ ପଦକ୍ଷେପ ସହିତ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର ଆଦିବାସୀ ମହିଳାମାନଙ୍କ ଦ୍ଵାରା ସାନ୍ତାଳୀ ଶାଢ଼ିର ପୁନରୁଦ୍ଧାର ବିଷୟରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ୬୫୦ ଜଣ ଆଦିବାସୀ ମହିଳା ଆଜି ଏହି ଶାଢ଼ି ବୁଣି ଭଲ ରୋଜଗାର କରିବା ସହିତ ଅନ୍ୟ ମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ବୋଲି ସେ କହିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ପ୍ରକୃତିର ସୁରକ୍ଷା ପାଇଁ ଆମ ଦାୟିତ୍ୱ ବିଷୟରେ କେନ୍ଦୁଝର ଜିଲ୍ଲାର ନାମ ନେଇଛନ୍ତି। କେନ୍ଦୁଝର ଜିଲ୍ଲାର ପ୍ରମିଳା ପ୍ରଧାନ ଙ୍କ ପ୍ରୟାସରେ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ କିଭଳି ପରିବେଶ ଓ ଜଙ୍ଗଲର ସୁରକ୍ଷା ସହିତ ଜଙ୍ଗଲ ନିଆଁ ରୋକିବା ପାଇଁ ସଚେତନ କରାଯାଉଅଛି ସେ ବିଷୟରେ ପ୍ରଶଂସା କରିଥିଲେ।ଏହି କାର୍ଯ୍ୟକ୍ରମରେ, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଉତ୍ତର ବନଖଣ୍ଡ ଅଧିକାରୀ କଲାଇଭନାନ ଆର.                          ଲାଞ୍ଜିଗଡ ବିଡ଼ିଓ ଶ୍ରୀ ଶଶାଙ୍କ ଶେଖର ପାତ୍ର, କଳାହାଣ୍ଡି ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଢ଼, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ମାଝୀ ସମେତ ଲାଞ୍ଜିଗଡ ବ୍ଲକ ର ସମସ୍ତ ବୁଦ୍ଧିଜୀବୀ, ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ। ପ୍ରକାଶ ଥାଉକି, ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଜୀ ମନ୍ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ସାଧାରଣ ଲୋକଙ୍କ ସଂଘର୍ଷ, ସଫଳତା ଓ ନବସୃଜନ ଉପରେ ଗୁରୁତ୍ଵଦେଇ ଅନ୍ୟ ମାନଙ୍କୁ ପ୍ରେରଣା ଓ ମାର୍ଗଦର୍ଶନ ଦେଇ ଆସୁଛନ୍ତି।

କଳାହାଣ୍ଡି ଜିଲ୍ଲା ପ୍ରତିନିଧି ବିଶ୍ନୁ ଚରଣ ସ୍ଵାଇଁ ଙ୍କ ରିପୋର୍ଟ ଷ୍ଟାର ନିୟୁଜ ଓଡିଶା

What's Your Reaction?

like

dislike

love

funny

angry

sad

wow